Odia News Portal

ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ : ମୁଖ୍ୟମନ୍ତ୍ରୀ

ଦେଶର ସାଧାରଣ ଲୋକଙ୍କ ଜନଜୀବନର ସୁରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ । ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ। ଏଥିପାଇଁ ଜାତୀୟତାର ମନୋଭାବ ରଖି ବେସାମରିକ ସୁରକ୍ଷା ବା Civil Defence ସଙ୍ଗଠନରେ ସ୍ୱେଚ୍ଛାସେବୀ ଭାବେ ଯୋଗ ଦେବାପାଇଁ ମୁଁ ଜନ ସାଧାରଣଙ୍କୁ, ବିଶେଷକରି ଯୁବ ସମାଜକୁ ଆହ୍ବାନ କରୁଛି । ଯୁବ ସମାଜ ହିଁ ଆମ ଆଶା, ଭରଷା ଓ ଶକ୍ତିର ପ୍ରତୀକ। ଇଚ୍ଛୁକ ସ୍ୱେଚ୍ଛାସେବୀମାନେ ଜିଲ୍ଲା ସ୍ତରରେ ଜିଲ୍ଲାପାଳଙ୍କୁ ଆବେଦନ କରିପାରିବେ। ଜିଲ୍ଲାପାଳ ହେଉଛନ୍ତି ଜିଲ୍ଲା ବେସାମରିକ ସୁରକ୍ଷାର ନିୟନ୍ତ୍ରକ। ଏହି ସ୍ୱେଚ୍ଛାସେବୀ ମାନଙ୍କୁ ପ୍ରଶିକ୍ଷିତ କରାଯିବ । ଆବଶ୍ୟକ ହେଲେ, ସେବା ଓ ଜାତୀୟତାର ମନୋଭାବ ରଖି ସେମାନେ ଜନସାଧାରଣଙ୍କୁ ସେବା ଯୋଗାଇଦେବେ । ଆମ ରାଜ୍ୟର ୧୨ଟି ସ୍ଥାନରେ Civil Defence ସଙ୍ଗଠନ କାର୍ଯ୍ୟ କରୁଛି । ଆବଶ୍ୟକ‌ତା ଅନୁଯାୟୀ ଅନ୍ୟ ସ୍ଥାନମାନଙ୍କରେ ନୂଆ ସଙ୍ଗଠନ ଗଢିବାକୁ ମୁଁ ନିର୍ଦ୍ଦେଶ ଦେଇଛି । ମୋର ଆଶା ଓ ବିଶ୍ବାସ, ସେବା ଓ ଜାତୀୟତାର ମନୋଭାବ ରଖି ଅନେକ ବ୍ୟକ୍ତି ବିଶେଷ, ବିଶେଷକରି ଯୁବ ବର୍ଗ, ଏଥିପାଇଁ ଆଗେଇ ଆସିବେ ।