ଅପରେସନ୍ ସିନ୍ଦୂରକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘରେ ବୈଠକ ଶେଷ । ସେନାକୁ ପ୍ରଧାନମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ । ପାକିସ୍ତାନ ଯୁଦ୍ଧ ବିରାମ ଭାଙ୍ଗିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ । ପାକିସ୍ତାନ ଗୁଳି ଫୁଟାଇଲେ, ଭାରତ ଗୋଳା ମାଡ଼ କରିବ । ପ୍ରତିଆକ୍ରମଣ ପାଇଁ ୱେଷ୍ଟର୍ଣ୍ଣ ବର୍ଡର କମାଣ୍ଡରଙ୍କୁ ପୂର୍ଣ୍ଣ କ୍ଷମତା ଦିଆଯାଇଛି । ଆଜି ଅପରେସନ୍ ସିନ୍ଦୂରକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଘରେ ବସିଥିଲା ଗୁରୁତ୍ବପୂର୍ଣ୍ଣ ବୈଠକ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ସିଡିଏସ୍ ଜେନେରାଲ ଅନୀଲ ଅନୀଲ ଚୌହ୍ବାନ, ତିନି ସେନା ମୁଖ୍ୟ ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍ ଡୋଭାଲ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚି ଆଗାମୀ ରଣନୀତି ନେଇ ଆଲୋଚନା କରିଛନ୍ତି । କାଲି ପାକିସ୍ତାନ ସହ ବୈଠକ ଥିବା ବେଳେ ଏନେଇ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ।