Odia News Portal

୨ଟି ଆସନରେ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ

ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । କଣ୍ଟାବାଞ୍ଜିରୁ ଲଢିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ଭଳି ୨ଟି ଆସନରୁ ନିର୍ବାଚନ ଲଢିବେ ମୁଖ୍ୟମନ୍ତ୍ରୀ । ପୂର୍ବରୁ ହିଞ୍ଜିଳି ଆସନରୁ ମୁଖ୍ୟମନ୍ତ୍ରୀ ବିଜେଡି ପ୍ରାର୍ଥୀ ହୋଇଥିବା ବେଳେ ଆଜି କଣ୍ଟାବାଞ୍ଜିରୁ ନବୀନ ଲଢିବା ନେଇ ଘୋଷଣା ହୋଇଛି । ଏହାପୂର୍ବରୁ ୨୦୧୯ରେ ହିଞ୍ଜିଳି ସହ ବିଜେପୁର ଆସନରୁ ନିର୍ବାଚନ ଲଢିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଉଭୟ ଆସନରେ ମୁଖ୍ୟମନ୍ତ୍ରୀ ବିଜୟୀ ହୋଇଥିବା ବେଳେ ପରେ ବିଜେପୁର ଆସନ ଛାଡି ହିଞ୍ଜିଳି ଆସନ ରଖିଥିଲେ ।

ସୂଚନାଯୋଗ୍ୟ, ୨୦୧୯ ନିର୍ବାଚନରେ  ନବୀନ ପଶ୍ଚିମ ଓଡ଼ିଶାର ବିଜେପୁରରୁ ଲଢ଼ିଥିଲେ। ହେଲେ ପରେ ସେ ଆସନ ଛାଡ଼ି ଦେଇଥିଲେ। ପରେ ସେଠାରେ ଉପ-ନିର୍ବାଚନ ହୋଇଥିଲା।