Odia News Portal

୫ ଜିଲ୍ଲା ନୁହେଁ ରାଜ୍ୟର ସବୁ ଜିଲ୍ଲାକୁ ଆଲର୍ଟ: ସ୍ୱାସ୍ଥ୍ୟ ସଚିବ

୫ ଜିଲ୍ଲା ନୁହେଁ ରାଜ୍ୟର ସବୁ ଜିଲ୍ଲାକୁ ଆଲର୍ଟ ରହିବାକୁ ସ୍ୱାସ୍ଥ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଏହାସହ ଦିନ  ୧୦ଟା ସୁଦ୍ଧା ୫ ଜିଲ୍ଲାରୁ  ୩  ଶହ ନୂଆ କେସ୍ ଚିହ୍ନଟ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି । ମଙ୍ଗଳବାର ଡାଇରିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ ସ୍ୱାସ୍ଥ୍ୟ ସଚିବ ମଧ୍ୟ ଉପସ୍ଥିତ ଥଲେ । ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସ୍ୱାସ୍ଥ୍ୟ ସଚିବ କହିଥିଲେ ଯେ, ଯେଉଁ ରୋଗୀ ହସ୍ପିଟାଲରେ ଆଡମିଟ୍ ହେଉଛନ୍ତି ତାଙ୍କୁ ୨୪ ଘଣ୍ଟିଆ ନୀରିକ୍ଷଣରେ ରଖିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଡାଇରିଆ ନେଇ ଆଶା, ଅଙ୍ଗନବାଡି ସଚେତନ କରିବା ସହିତ ଗାଁ ଗାଁରେ ମାଇକରେ ପ୍ରଚାର ଚାଲିଛି । ଆସନ୍ତା  ୭ ଦିନ ପର୍ଯ୍ୟନ୍ତ ଏହି ପଦକ୍ଷେପ ଜାରି ରହିବ ବୋଲି ସେ କହିଛନ୍ତି ।