Odia News Portal

୭ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ୪ ଦିନ ଅର୍ଥାତ୍ ଆସନ୍ତା ୭ତାରିଖ ଯାଏଁ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସଙ୍କ କହିବା ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ମଧ୍ୟରେ ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଠିକ୍ ସେହିପରି ସୁନ୍ଦରଗଡ଼, ମୟୂରଭଞ୍ଜ, ଦେବଗଡ଼, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ବରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।