Odia News Portal

ଦେଶରେ ଦେଢ ଲକ୍ଷ ଟପିଲା ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: ଦେଶରେ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧.୫ ଲକ୍ଷ ଟପିଯାଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧,୫୨,୮୭୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୮୩୯ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୩୩,୫୮,୮୦୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୮୩୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୧,୬୯,୨୭୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯୦,୫୮୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୨୦,୮୧, ୪୪୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧,୦୮,୦୮୭।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦,୧୫,୯୫,୧୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୧୦ ସୁଦ୍ଧା ସମୁଦାୟ ୨୫,୬୬,୨୬,୮୫୦ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୧୨,୦୪୭ଟି ନମୁନା।