Odia News Portal

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୦ ହଜାରରୁ କିଛି ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୧୦୦ରୁ ସାମାନ୍ୟ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୦,୨୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୫ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୪,୪୭,୫୩୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୧୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୬୩,୬୫୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୧,୯୨୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୮,୪୯,୭୫୮। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୩୪,୦୯୬। ୫୨୩ ଦିନ ମଧ୍ୟରେ ଏହା ହେଉଛି ଦେଶରେ ସବୁଠୁ କମ୍ ସକ୍ରିୟ ସଙ୍କ୍ରମଣ।