Odia News Portal

ରାଜଧାନୀରେ ଆଜି ୧,୦୪୧ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ ବୃଦ୍ଧି ପାଉଛି ସଂକ୍ରମଣ । ଆଜି ଭୁବନେଶ୍ୱରରେ ଚିହ୍ନଟ ହୋଇଛନ୍ତି ୧,୦୪୧ କରୋନା ଆକ୍ରାନ୍ତ ।ଏହାକୁ ମିଶାଇ ୬୮,୯୯୭ରେ ପହଞ୍ଚିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୯୦ ଜଣ ଲୋକାଲ କେସ ଥିବା ସମୟରେ କ୍ୱାରାଣ୍ଟାଇନ ସେଣ୍ଟରୁ ୧୫୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ୯୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଭୁବନେଶ୍ୱରର କଳ୍ପନା, ବମିଖାଲ, ବରମୁଣ୍ଡା, ଚିନ୍ତାମଣିଶ୍ୱର, ଏଜି କଲୋନୀ, ପଳାସପଲ୍ଲୀ, ପୋଖରୀପୁଟ, ମଞ୍ଚେଶ୍ୱର, ରସୁଲଗଡ, ହଂସପାଳ, ପାହାଳ, ସହିଦ ନଗର, ସତ୍ୟନଗର, ଝାରପଡା, ଖଣ୍ଡଗିରି, ପଟିଆ, ଜୟଦେବ ବିହାର, ନୟାପଲ୍ଲୀ, ଶୈଳଶ୍ରୀବିହାର, ସାମନ୍ତରାପୁର ଆଦି ଅଞ୍ଚଳରୁ ପଜିଟିଭ ଚିହ୍ନଟ ହୋଇଛନ୍ତି ।