Odia News Portal

ରାଜ୍ୟରେ ୧୧୦ ପିଲା କରୋନା ଆକ୍ରାନ୍ତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୬୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୦ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬୦ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ଅନୁଗୁଳରୁ ୧୬ ଜଣ, ବାଲେଶ୍ୱରରୁ୨୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୧୨ ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୫୭ ଜଣ, ଦେବଗଡ଼ରୁ ୧୧ ଜଣ, ଢେଙ୍କାନାଳରୁ ୧୦ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୭ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୭ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।