Odia News Portal

୧୧୮୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର : ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରୁ ୧୧୮୮୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି । ନୂଆ ସୁସ୍ଥଙ୍କୁ ମିଶାଇଲେ ରାଜ୍ୟରୁ ଏଯାବତ ୬୭୦୫୨୭ଜଣ ସୁସ୍ଥ ହୋଇଥିବା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି ।


ସୂଚନା ଅନୁଯାୟୀ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯୦ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୧୫୪, କଟକରୁ ୧୦୬୬,ସୁନ୍ଦରଗଡ଼ରୁ ୭୧୩, ଯାଜପୁରରୁ ୬୪୭, ମୟୂରଭଞ୍ଜରୁ ୬୩୩, ବାଲେଶ୍ୱରରୁ ୫୧୦, କଳାହାଣ୍ଡିରୁ ୪୮୨, ପୁରୀରୁ ୪୭୧, ନବରଙ୍ଗପୁରରୁ ୩୫୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ସେହିପରି ଜଗତସିଂହପୁରରୁ ୩୨୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ବରଗଡ଼ରୁ ୩୦୦, ବଲାଙ୍ଗୀରରୁ ୨୯୭, ସମ୍ବଲପୁରରରୁ ୨୯୨,କେନ୍ଦ୍ରାପଡ଼ାରୁ ୨୮୫, ନୟାଗଡ଼ରୁ ୨୫୩, କେନ୍ଦୁଝରରୁ ୨୧୬, କୋରାପୁଟରୁ ୨୧୪, ଝାରସୁଗୁଡ଼ାରୁ ୨୧୧, ରାୟଗଡ଼ାରୁ ୧୯୦, ଭଦ୍ରକରୁ ୧୭୭, ଗଞ୍ଜାମ ୧୭୬, ସୁବର୍ଣ୍ଣପୁରରୁ ୧୫୮, ୌଦ୍ଧରୁ ୧୨୪, ଢ଼େଙ୍କାନାଳରୁ ୧୨୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହିତ କନ୍ଧମାଳରୁ ୧୧୧, ମାଲକାନଗିରିରୁ ୧୦୮, ଗଜପତିରୁ ୧୦୧, ଦେବଗଡ଼ରୁ ୯୮, ନୂଆପଡ଼ାରୁ ୮୫ ଓ ଷ୍ଟେଟପୁଲରୁ ୩୨୪ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।