Odia News Portal

ରାଜ୍ୟରେ ଆଉ ୧୨ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୯୮ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ଏବଂ ଅନୁଗୁଳ, କଟକ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରୁ ରହିଛନ୍ତି ।