Odia News Portal

ଆଜି ରାତିରୁ ପୁରୀରେ ଲାଗୁ ହେବ କଫ୍ୟୁ

ପୁରୀ: ଆସନ୍ତାକାଲି ଘୋଷଯାତ୍ରା। ଚଳିତ ବର୍ଷ ମଧ୍ୟ ପୂର୍ବ ବର୍ଷ ଅନୁଯାୟୀ କରୋନା କଟକଣା ଅନୁଯାୟୀ ସୁରୁଖୁରେ ରଥଯାତ୍ରା କରାଯିବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି। ୬୫ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି। ୧୦ ଜଣ ଅତିରିକ୍ତ ଏସପି,୨୧ ଜଣ ଡିଏସପି,୬୪ ଜଣ ଇନସପେକ୍ଟର,୨୨୨ ଏଏସଆଇ ଏବଂ ଏସଆଇଙ୍କୁ ଦାୟିତ୍ୱ ଦିଆଯାଇଛି। ଏହାସହ ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର‌୍ୟ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ। ବଡ ଦାଣ୍ଡରେ ଥିବା ସମସ୍ତ ହୋଟେଲକୁ ମଧ୍ୟ ଖାଲି କରାଯାଇଛି। ବଡଦାଣ୍ଡରେ ଥିବା ଘରର ଲୋକେ ମଧ୍ୟ ଛାତ ଉପରେ ଠିଆ ହୋଇ ରଥଯାତ୍ରା ଦେଖିପାରିବେ ନାହିଁ। ଜିଲାପ୍ରଶାସନ ପକ୍ଷରୁ ସମସ୍ତ ଗାଇଡଲାଇନ ଜାରି କରାଯାଇଛି।