Odia News Portal

ଜାଣନ୍ତୁ ଆଜି ଦେଶରେ କଣ ରହିଛି କରୋନା ଅପଡେଟ୍

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୧୬ ହଜାର ୧୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୪୨ ଲକ୍ଷ ୩୧ ହଜାର ୮୦୯ ରେ ପହଞ୍ଚିଛି।

ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫୬ ହଜାର ୩୮୬ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୩୬ ଲକ୍ଷ ୧୪ ହଜାର ୪୩୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୧ ଲକ୍ଷ ୬୦ ହଜାର ୯୮୯ ଆକ୍ଟିଭ୍‌ କେସ୍ ରହିଛି।