Odia News Portal

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ଆଉ ୧୮,୪୫୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାସହ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୨୭,୪୫୦କୁ ବୃଦ୍ଧି ପାଇଛି। ଆଉ ୧୬୦ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୫୨,୮୧୧ରେ ପହଞ୍ଚିଛି। ମୃତ୍ୟୁ ହାର ୧.୩୩%। ଦିନକରେ ଆଉ ୧୭,୫୬୧ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ମୋଟ ୩,୩୪,୯୫,୮୦୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ଆରୋଗ୍ୟହାର ୯୮.୧୫%। ଆଉ ୧,୭୮,୮୩୧ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ସକ୍ରିୟ ଆକ୍ରାନ୍ତ ହାର ୦.୫୨%। ସେହିପରି ଦିନକରେ ଆଉ ୧୨,୪୭,୫୦୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୫୯,୫୭,୪୨,୨୧୮ ନମୁନା ପରୀକ୍ଷା କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।