Odia News Portal

ନାବାଳିକା ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଲା ପୋକ୍ସୋ କୋର୍ଟ

ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡ। ଦଣ୍ଡାଦେଶ ଶୁଣାଇଲେ ବ୍ରହ୍ମପୁର ଫାଷ୍ଟଟ୍ରାକ୍ ପୋକ୍ସୋ କୋର୍ଟ। ୨୨ ଜଣଙ୍କ ସାଖୀ ପ୍ରମାଣ ଆଧାରରେ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ୨୦୧୯ରେ ଜଣେ ନାବାଳିକାକୁ ଦୁଷ୍କର୍ମ ହୋଇଥିଲା ।
ଦିଗପହଣ୍ଡି ଥାନା ଅନ୍ତର୍ଗତ ଭୀଷ୍ମଗିରିର ମୁନା ବାଡତ୍ୟା ଦୁଷ୍କର୍ମ ସହ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଥିଲା। ୨୨ ଜଣଙ୍କ ସାକ୍ଷ୍ୟ ପ୍ରମାଣ ଆଧାରରେ ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇବା ସହ ୫୫ହଜାର ଟଙ୍କା ଜରିମାନା କରିଛନ୍ତି। ଏହାସହ ପିଡିତାଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲ୍ଲା ଆଇନ ସେବା ପ୍ରାଦିକରଣକୁ ସୁପାରିଶ କରାଯାଇଛି।