Odia News Portal

ଭିସୁଟର ୨୫ ଛାତ୍ର କରୋନା ଆକ୍ରାନ୍ତ

ସମ୍ବଲପୁର: କରୋନା କବଳରେ ଭିସୁଟର ୨୫ ଜଣ ଛାତ୍ର । ସମ୍ବଲପୁର ସ୍ଥିତ ଭିସୁଟର ୨୫ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗତକାଲି ୨୪ ଜଣଙ୍କୁ ଚିହ୍ନଟ କରାଯାଇଥିବା ବେଲେ ଆଜି ଆଉ ଜଣଙ୍କୁ ଚିହ୍ନଟ କରାଯାଇଛି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଛି। ହଷ୍ଟେଲ ଯାଇ ସ୍ଥିତି ପରଖିଛନ୍ତି ଜିଲ୍ଲାପାଳ ଓ ପିଡି ଡିଆରଡିଏ।

ପ୍ରଥମ ବର୍ଷ ପିଲାଙ୍କୁ ଶିକ୍ଷାନୁଷ୍ଠାନ ନଯିବାକୁ କୁଳପତି ଅନୁରୋଧ କରିଛନ୍ତି । ଏପରିକି ହଷ୍ଟେଲରେ ଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ବାହାରକୁ ନଆସିବାକୁ ବାରଣ କରାଯାଇଛି । ହଷ୍ଟେଲ ଭିତରେ ଥିବା ଛାତ୍ରଛାତ୍ରୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି କୁଳପତି କହିଛନ୍ତି । ତେବେ ପରୀକ୍ଷା ଚାଲିଥିବା ଛାତ୍ରଛାତ୍ରୀଙ୍କ ଭିତରେ କେହି କରୋନା ଆକ୍ରାନ୍ତ ନାହାନ୍ତି । ତେଣୁ ଅବାଧରେ ପରୀକ୍ଷା ଚାଲିପାରିବ ବୋଲି କୁଳପତି କହିଛନ୍ତି ।