Odia News Portal

ନଜର ପକାନ୍ତୁ ଦେଶର କରୋନା ଅପଡେଟ୍ ଉପରେ

ନୂଆଦିଲ୍ଲୀ: ନୂଆଦିଲ୍ଲୀ : ଗତ ୨୪ ଘଣ୍ଟାରେ ଦେଶରେ ୩୮୭୯୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଦେଶର କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ ୩୯୯୮କୁ ବୃଦ୍ଧି ପାଇଛି । ଗତ ପ୍ରାୟ ଏକ ମାସ ହେବ ଦୈନିକ ପଜିଟିଭିଟି ହାର ୩ ପ୍ରତିଶତ ତଳେ ରହିଛି ।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ତଥ୍ୟ ଅନୁସାରେ ଗତ ୨୪ ଘଣ୍ଟା ( ବୁଧବାର ଦିନ ୮ଟା ସୁଦ୍ଧା) ଦେଶରେ ୪୨,୦୧୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩୯୯୮ ଜଣ ମୃତ୍ୟୁବରଣ କରିଛନ୍ତି । ତେବେ ଏହି ୨୪ ଘଣ୍ଟାରେ ଦେଶରେ ପ୍ରାୟ ୩୬୯୭୭ ଜଣ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।

ଏହାକୁ ମିଶାଇ ଦେଶର ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୧୨ ଲକ୍ଷକୁ ବୃଦ୍ଧି ପାଇଛି । ସେହିପରି ମୃତ୍ୟୁସଂଖ୍ୟା ୪,୧୮,୪୮୦ ଓ ମୋଟ ଆରୋଗ୍ୟ ସଂଖ୍ୟା ୩,୦୩,୯୦,୬୮୭ ରେ ପହଞ୍ଚିଛି । ତେବେ ଏବେ ବି ଦେଶରେ ୪,୦୭୧୭୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଅନ୍ୟପକ୍ଷରେ ଗତ କାଲି ଦେଶରେ ମୋଟ ୩୪ ଲକ୍ଷ ୨୫ ହଜାର ଲୋକଙ୍କୁ ଟିକା ଦିଆଯାଇଛି । ଏହାକୁ ମିଶାଇ ଦେଶରେ ଏବେ ୪୧ କୋଟି ୫୪ ଲକ୍ଷ ଲୋକଙ୍କୁ ଟିକା ଦିଆଯାଇଛି ।