Odia News Portal

ଓଡ଼ିଶାରେ ୪ କୋଟି ଟପିଲା ଟିକାଦାନ

ଭୁବନେେଶ୍ବର : କରୋନା ଟିକାକରଣରେ ଆଉ ଏକ ମାଇଲଖୁଂଟ ପାର କଲା ଓଡ଼ିଶା । ଓଡ଼ିଶାରେ ୪କୋଟି ଟପିଲା କରୋନା ଟିକାକକରଣ । ଏନେଇ ଟୁଇଟ କରି ସ୍ୱାସ୍ଥ୍ୟକର୍ମୀ ଓ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲା ସ୍ୱାସ୍ଥ୍ୟ ବିଭାଗ । ପରିବାର କଲ୍ୟାଣ ନିର୍ଦ୍ଦେଶକ କହିଲେ, ବସଷ୍ଟାଣ୍ଡ ଓ ରେଲୱେ ଷ୍ଟେସନରେ ଦିଆଯିବ ଟିକା । ସେପଟେ,ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୬୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୧୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୪୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।