Odia News Portal

ରାଜ୍ୟରେ ଆଉ ୪ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ ରହୁଥିବା ବେଳେ ଭୁବନେଶ୍ୱର ଓ କଟକରେ ସାମାନ୍ୟ ଅଧିକ ରହୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଛି ।

ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୨୯୪କୁ ବୃଦ୍ଧି ପାଇଛି। କଟକ ଓ ଜଗତସିଂହପୁର ଜିଲ୍ଲାରୁ ଦୁଇଜଣ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।