ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀଜିଉଙ୍କ ଖସାପଡ଼ା ଲାଗି ନୀତି । ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ନୀତି ଆରମ୍ଭ ହେବ । ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ଏହାପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ ।
