Odia News Portal

ରାଜ୍ୟରେ ପୁଣି ଉପରମୁହାଁ କରୋନା ସ୍ଥିତି ଗତ ୨୪ ଘଣ୍ଟାରେ ୨୬ ଜିଲ୍ଲାରୁ ୪୦୭ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।ରାଜ୍ୟରେ ଗତକାଲି ୩୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ପୁଣି ଉପରମୁହାଁ ହୋଇଛି କରୋନା ସ୍ଥିତି | ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୭୯୬ରେ ପହଞ୍ଚିଛି ।ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରୁ ୨୩୬ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪ , ବରଗଡ଼ରୁ ୧୭ , ଭଦ୍ରକରୁ ୪ , ବଲାଙ୍ଗିରରୁ ୨୦, ବୌଦ୍ଧରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ କଟକରୁ ୨୫ , ଢେଙ୍କାନାଳରୁ ୨, ଗଞ୍ଜାମରୁ ୭, ଗଜପତିରୁ ୬, ଜଗତସିଂହପୁରରୁ ୬, ଯାଜପୁରରୁ ୮ , ଝାରସୁଗୁଡ଼ାରୁ ୭ , କଳାହାଣ୍ଡିରୁ ୬, କନ୍ଧମାଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି |

ସେହିଭଳି ଚିହ୍ନଟ ଅନ୍ୟ ସଂକ୍ରାମିତଙ୍କ ମଧ୍ୟରୁ କେନ୍ଦ୍ରାପଡ଼ାରୁ ୯ , କେନ୍ଦୁଝରରୁ ୬ , ଖୋର୍ଦ୍ଧାରୁ ୪୬ , କୋରାପୁଟରୁ ୭ , ମୟୂରଭଞ୍ଜରୁ ୨୪ , ମାଲକାନଗିରିରୁ ୪, ନୟାଗଡ଼ରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ନୂଆପଡ଼ାରୁ ୮, ପୁରୀରୁ ୧୮ , ସମ୍ବଲପୁରରୁ ୨୬ ଓ ସୁନ୍ଦରଗଡ଼ରୁ ୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ଷ୍ଟେଟ ପୁଲ୍‌ରୁ ୧୧ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୪୭୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ସାରିଛନ୍ତି । ଏଥିମଧ୍ୟରୁ ୩୦୭୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୧୯୮୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୪୬୮୯୫୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।