Odia News Portal

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରୁ ୧୧ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୭ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଗଜପତିରୁ ୨ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୧୧ ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୧୦ ଜଣ, ଖୋର୍ଦ୍ଧାରୁ ୧୮୯ ଜଣ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୬ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୮ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟ ପୁଲରୁ ୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୦ ହଜାର ୨୩୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୭ ହଜାର ୧୦୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୭୪୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।