Odia News Portal

ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୪୮ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୯ ଜଣ ରହିଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩୨୧୪୪କୁ ବୃଦ୍ଧି ପାଇଥିବା ବେଳେ ୧୦୧୮୭୪୯ ଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୦୮୭ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୯ଜଣ ପଜିଟିଭ ରହିଛନ୍ତି।

ରାଜ୍ୟର ଅନୁଗୁଳ ଜିଲାରେ ୨, ବାଲେଶ୍ୱର ୧୩, ବରଗଡ ୧, ଭଦ୍ରକ ୩, ବଲାଙ୍ଗିର ୩, ବଉଦ ୧ ଓ କଟକରେ ୪୮ ଜଣ ଚିହ୍ନଟ ହୋଇଛନ୍ତି । ସେହିଭଳି ଦେବଗଡରେ ୧, ଢେଙ୍କାନାଳ ୪, ଗଜପତି ୧, ଗଞ୍ଜାମ ୧, ଜଗତସିଂହପୁର ୧୯, ଯାଜପୁର ୧୨ ଓ ଝାରସୁଗୁଡାରେ ୪ ଜଣ ଚିହ୍ନଟ ହୋଇଛନ୍ତି । କେନ୍ଦ୍ରାପଡା ୧୩, କେନ୍ଦୁଝର ୩, ଖୋର୍ଦ୍ଧା ୨୦୮, କୋରାପୁଟ ୨, ମାଲକାନଗିରି ୨, ମୟୁରଭଞ୍ଜ ୧୭ ଓ ନବରଙ୍ଗପୁରରୁ ଜଣେ ଚିହ୍ନଟ ହୋଇଛନ୍ତି । ନୟାଗଡରୁ ୪, ନୂଆପଡା ୨, ପୁରୀ ୧୨, ରାୟଗଡା ୧, ସମ୍ବଲପୁର ୯, ସୁନ୍ଦରଗଡ ୧୦ ଓ ଷ୍ଟେଟପୁଲରୁ ୫୧ ଜଣ ଚିହ୍ନଟ ହୋଇଛନ୍ତି । ଦିନକ ମଧ୍ୟରେ ରାଜ୍ୟରେ ୪୩୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ସଂପ୍ରତି ରାଜ୍ୟରେ ୫୦୮୭ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି । ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ଖୋର୍ଦ୍ଧା ଜିଲାରେ ୨ ଜଣ, କଟକରେ ୨ ଜଣ କରୋନା ସଂକ୍ରମିତଙ୍କର ଜୀବନ ଯାଇଥିବାବେଳେ କେନ୍ଦ୍ରାପଡା ଜିଲାରେ ମଧ୍ୟ ଦୁଇଜଣଙ୍କର ମୃତ୍ୟୁ ଘଟିଛି ।