ଧାନମନଗର ଉପନିର୍ବାଚନ ପାଇଁ ଚାଲିଛି ଭୋଟ୍ ଗଣତି। ଶେଷ ହୋଇଛି ଚତୁର୍ଥ ରାଉଣ୍ଡ। ଆଉ ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ଆଗୁଆ ରହିଛନ୍ତି। ସେ ତାଙ୍କ ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୩୨୬୧ ଖଣ୍ଡ ଭୋଟ୍ରେ ଆଗୁଆ ଅଛନ୍ତି।
୧୪ ଟି ଟେବୁଲରେ ୧୮ ରାଉଣ୍ଡରେ ଭୋଟ ଗଣତି କରାଯିବ । ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କାଉଣ୍ଟିଂ ପରେ ୫ଟି ବୁଥର ଭିଭିପିଏଟିକୁ ମେଳ କରାଯିବ । ପୂରା ପ୍ରକ୍ରିୟା ନିରୀକ୍ଷଣ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଅବଜରଭର ନିଯୁକ୍ତ ହେବେ । ପ୍ରତି କାଉଣ୍ଟିଂ ଟେବୁଲରେ ଜଣେ କାଉଣ୍ଟିଂ ସୁପରଭାଇଜର, ଜଣେ ଆସିଷ୍ଟାଣ୍ଟ ସୁପରଭାଇଜର ଓ ଜଣେ ମାଇକ୍ରୋ ଅବ୍ଜରଭର ରହିବେ । ଭୋଟ ଗଣତି ପାଇଁ ସୁରକ୍ଷା କଡ଼ାକଡ଼ି । ୧୦ ପ୍ଲାଟୁନ ଷ୍ଟେଟ ଆର୍ମଡ ଫୋର୍ସ ଓ ରାଜ୍ୟ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ଗଣତି ପାଇଁ ଭଦ୍ରକ ଜିଲ୍ଲା ସଂସ୍କୃତି ଭବନ ପରିସରରେ ବ୍ୟାପକ ପ୍ରସ୍ତୁତି କରାଯାଇଛି ।