Odia News Portal

୫ ଦିନିଆ ରିମାଣ୍ଡ ସରିବା ପରେ ଜେଲ ଗଲା ଗୋବିନ୍ଦ

ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଜେଲ ଗଲେ ଗୋବିନ୍ଦ ସାହୁ । ୫ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଗୋବିନ୍ଦଙ୍କୁ ଆଜି କଂଟାବାଞ୍ଜି ମାଜିଷ୍ଟ୍ରେଟଙ୍କ ପାଖରେ ହାଜର କରାଇଥିଲା ପୋଲିସ । ଏହା ପରେ ଗୋବିନ୍ଦ ସାହୁଙ୍କୁ ଜେଲ ପଠାଇ ଦିଆଯାଇଛି । ଏବେ କଂଟାବାଞ୍ଜି ଜେଲ ହାଜତରେ ରହିବେ ଗୋବିନ୍ଦ ସାହୁ । ଏବେ ଡ୍ରାଇଭର ରାଧେଶ୍ୟାମ୍ କାଣ୍ଡିଙ୍କୁ ରିମାଣ୍ଡରେ ଆଣିପାରେ ପୋଲିସ । ତେବେ କେବଳ ମମିତା ହତ୍ୟା ମାମଲାର ତଦନ୍ତ କରୁଥିବା ପୋଲିସ, ଗୋବିନ୍ଦଙ୍କ ବିରୋଧରେ ଆସିଥିବା ଅନ୍ୟ ଅଭିଯୋଗର ତଦନ୍ତ ନେଇ କୌଣସି ସୂଚନା ଦେଉନାହିଁ । ମମିତାଙ୍କୁ ହତ୍ୟା କରିବାରେ ଗୋବିନ୍ଦଙ୍କୁ କିଏ ସହାୟତା କରିଥିଲେ, ପୋଲିସ ବାରାକରୁ ଫେରାର ହେବା ପଛରେ କାହାର ହାତ ଥିଲା, ଏସବୁ ଏବେବି ଅସମାହିତ ହୋଇ ରହିଛି । ତେଣୁ ପୋଲିସର ତଦନ୍ତକୁ ନେଇ ସାଧାରଣରେ କେତୋଟି ପ୍ରଶ୍ନ ଉଠୁଛି ।