Odia News Portal

ରାଜ୍ୟରେ ଆଉ ୫ ଆକ୍ରାନ୍ତ ପ୍ରାଣ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୭୬୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ନେଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ନୂଆପଡ଼ା ଜିଲ୍ଲାରୁ ୩ଜଣ ଏବଂ କେନ୍ଦୁଝର ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୭୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୮୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୪୭୬୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାସହ କରୋନା ଯୋଗୁଁ ୧୯୫୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।