Odia News Portal

ସୁନ୍ଦରଗଡ଼ରେ ୫୮୦ କୋଟି ଟଙ୍କାର ପ୍ରକଳ୍ପ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ଼: ଦିନିକିଆ ସୁନ୍ଦରଗଡ଼ ଜିଲ୍ଲା ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ସୁନ୍ଦରଗଡ଼ ଜିଲ୍ଲାରେ ୫୮୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ମଧ୍ୟରେ ସଂଯୋଗୀକରଣ ଠାରୁ ଆରମ୍ଭ କରି ଭିତ୍ତିଭୂମି ନିର୍ମାଣ, ଶିକ୍ଷା, ସ୍ବାସ୍ଥ୍ୟ, ଜୀବିକା, ପରିମଳ, ଜଳସେଚନ, ଶକ୍ତି, ମହିଳା ଓ ଶିଶୁବିକାଶ ଆଦି ବିଭିନ୍ନ କ୍ଷେତ୍ରରେ ନିର୍ମାଣ କାର୍ଯ୍ୟ କରାଯିବ।ସୁନ୍ଦରଗଡ଼ରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ପରେ ସୁନ୍ଦରଗଡ଼ବାସୀ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।