Odia News Portal

ଆଜି ରାଜ୍ୟରେ ୬ ମୁଣ୍ଡନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ଗ୍ରାଫ୍ କମୁଛି । ଗତ ୨୪ ଘଣ୍ଟାରେ ୫୧୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ସୋନପୁର ଜିଲ୍ଲାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ବୌଦ୍ଧ, କଟକ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।