Odia News Portal

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି । ଆଜି ୬୨୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୩୬୨ ଓ ସ୍ଥାନୀୟ ଅଞ୍ଚଳରୁ ୨୬୧ ଜଣ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୭୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୨୮, ଭଦ୍ରକରୁ ୧୩, କଟକରୁ ୭୪, ଦେବଗଡ଼ରୁ ୨, ଢେଙ୍କାନାଳରୁ ୭, ଗଜପତିରୁ ୧, ଗଞ୍ଜାମରୁ ୧୨, ଜଗତସିଂହପୁରରୁ ୨୯, ଯାଜପୁରରୁ ୨୮, ଝାରସୁଗୁଡ଼ାରରୁ ୬, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି କେନ୍ଦ୍ରାପଡ଼ାରୁ ୧୦, କେନ୍ଦୁଝରରୁ ୩, କୋରାପୁଟରୁ ୪, ମୟୂରଭଞ୍ଜରୁ ୧୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୪, ପୁରୀରୁ ୭, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୫, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୬ ଜଣ ଏବଂ ଷ୍ଟେଟପୁଲରୁ ୬୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ୯୫ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।