Odia News Portal

ଦୀପାବଳି ପରେ ଖୋଲିବ ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର: ସ୍କୁଲ ଖୋଲିବା ପ୍ରସଙ୍ଗ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ସୂଚନା । ଦୀପାବଳି ପରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ଖୋଲିବ । କେବେ ଖୋଲିବ ତାକୁ ନେଇ ଚାଲିଛି ବିଚାରବିମର୍ଶ । ପର୍ଯ୍ୟାୟକ୍ରମେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଯାଏଁ ଖୋଲିବ । ନୂଆ ବର୍ଷ ପରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବା ଆଶା କରାଯାଉଛି । ପିଲାମାନଙ୍କ ମଧ୍ୟରେ ସ୍କୁଲ ଯିବା ପାଇଁ ଆଗ୍ରହ ସୃଷ୍ଟି ହେଲାଣି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପିଲାମାନଙ୍କ ପାଇଁ ଶିକ୍ଷା ସହ ସ୍ୱାସ୍ଥ୍ୟ ଗୁରୁତ୍ୱପୂର୍ଣ୍ଣ । ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ସୁରୁଖୁରୁରେ ଚାଲିଛି । ଅନ୍ୟ ଶ୍ରେଣୀଗୁଡ଼ିକ ମଧ୍ୟ ଖୁବ ଶୀଘ୍ର ଖୋଲାଯିବ ।