Odia News Portal

ଅଭିନେତା ବାବୁସାନ ଅସୁସ୍ଥ, ହସ୍ପିଟାଲରେ ଚିକିତ୍ସାଧୀନ

ଓଡ଼ିଆ ଫିଲ୍ମ ଅଭିନେତା ବାବୁସାନ ମହାନ୍ତି ଅସୁସ୍ଥ ହୋଇପଡ଼ିବାରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅକ୍ସିଜେନ କମିଯିବାରୁ ବାବୁସାନ ଅସୁସ୍ଥ ହୋଇ ପଡ଼ିଥିବା ସୂଚନା ମିଳିଛି। କିଛି ଦିନ ପୂର୍ବେ ବାବୁସାନ ‘ରାଇଡିଂ ଫର୍‌ ଦମନ୍‌’ ପାଇଁ ଲଦାଖ ଯାଇଥିଲେ । ସେଠାରେ ବାଇକ୍‌ ଚଳାଇବା ପରେ ତାଙ୍କର ଅକ୍ସିଜେନ୍‌ ଲେବଲ୍‌ କମିଥିଲା । ଲଦାଖରେ ପ୍ରାଥମିକ ଚିକିତ୍ସା ପରେ ସେ ଭୁବନେଶ୍ୱର ଫେରିଥିଲେ। ଏଠାରେ ପୁଣି ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଗତ ୫ଦିନ ହେବ ବାବୁସାନ ଚିକିତ୍ସାଧୀନ ଅଛନ୍ତି । ବର୍ତ୍ତମାନ ସେ ସୁସ୍ଥ ଥିବାବେଳେ ଆଉ ଅଳ୍ପ ଦିନରେ ଘରକୁ ଫେରିବେ ବୋଲି ସୂତ୍ରରୁ ଜଣାପଡିଛି।