Odia News Portal

ଫେସବୁକ୍ ଲାଇଭ ଭିଡିଓରେ ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ବିଦ୍ୟାଶ୍ରୀ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ। ନିଦ ବଟିକା ଖାଇ ବିଦ୍ୟାଶ୍ରୀ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି।ଫେସବୁକ ପେଜରେ ଲାଇଭ ଭିଡିଓ କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ । ମାନସିକ ଚାପଗ୍ରସ୍ତ କରାଯାଉଥିବାରୁ ଆତ୍ମହତ୍ୟା କରୁଥିବା ସେ ଏହି ଭିଡିଓରେ କହୁଛନ୍ତି ।

ଭିଡିଓରେ ବିଦ୍ୟାଶ୍ରୀ ଏକ ଡାଏରୀ କଥା ମଧ୍ୟ ଉଲ୍ଲେଖ କରିଛନ୍ତି । ତାଙ୍କ କହିବା ଅନୁଯାୟୀ, ସେ ଏକ ଡାଏରୀରେ ମାନବପ୍ରେମୀଙ୍କ ମୃତ୍ୟୁ ନେଇ ସବୁକିଛି ଉଲ୍ଲେଖ କରିଛନ୍ତି । ତେବେ ସେ ଆତ୍ମହତ୍ୟା କରୁଛନ୍ତି, ଏବଂ ତାଙ୍କ ମୃତ୍ୟୁ ପାଇଁ ଯେଉଁମାନେ ଦାୟୀ, ସେମାନଙ୍କୁ ମଧ୍ୟ ଉଚିତ୍ ଦଣ୍ଡ ମିଳୁ ବୋଲି ଫେସବୁକ ଲାଇଭ ଭିଡିଓରେ କହିଛନ୍ତି ବିଦ୍ୟାଶ୍ରୀ ।

ଆଦିତ୍ୟ ଦାଶମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ନିଜର ତଦନ୍ତ ପ୍ରକ୍ରିୟା ଜାରି ରଖିଛି । ଘଟଣାରେ କ୍ରାଇମବ୍ରାଞ୍ଚ ବିଦ୍ୟାଶ୍ରୀଙ୍କ ସମେତ ଏକାଧିକ ବ୍ୟକ୍ତିଙ୍କୁ ଜେରା କରିଛି। ଆଦିତ୍ୟଙ୍କ ବନ୍ଧୁ ବିକାଶ, ପପୁ ଓ ପ୍ରୀତମଙ୍କୁ ପଚରାଉଚରା କରାଯାଇଛି। ଗତ ଜୁଲାଇ ୭ରେ ତାରିଖ ସକାଳେ ଆଦିତ୍ୟା ଦାଶଙ୍କ ମୃତଦେହ ରେଳ ଧାରଣାରୁ ମିଳିଥିଲା। ଏହା ପରେ ଆର୍‌ପିଏଫ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପ୍ରାଥମିକ ତଦନ୍ତରୁ ଏହା ଏକ ଆତ୍ମହତ୍ୟା ବୋଲି ସନ୍ଦେହ କରୁଥିଲା ପୋଲିସ । ପରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।