Odia News Portal

କରୋନା କଟକଣା ଭିତରେ ଖୋଲିଲା ସ୍କୁଲ

କରୋନା କଟକଣା ଭିତରେ ଆଜିଠାରୁ ଖୋଲିଲା ସ୍କୁଲ, ଆସିଲେ ଛାତ୍ରଛାତ୍ରୀ । ପ୍ରଥମ ପର୍ଯ୍ୟାୟରେ ଆଜିଠାରୁ ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀ ଶ୍ରେଣୀଗୃହରେ ସିଧାସଳଖ ପାଠପଢା ଆରମ୍ଭ ହୋଇଛି । ସରକାର ଜାରି କରିଥିବା ମାର୍ଗଦର୍ଶିକା ପାଳନ କରି ଛାତ୍ରଛାତ୍ରୀଙ୍କୁ ଶ୍ରେଣୀଗୃହରେ ପାଠପଢ଼ାଯିବାର ବ୍ୟବସ୍ଥା କରିଛନ୍ତି ସ୍କୁଲ କର୍ତ୍ତୃପକ୍ଷ । ସ୍କୁଲରେ ସମସ୍ତେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି ।

ସେହିପରି, ସ୍କୁଲ ପରିସରକୁ ସାନିଟାଇଜ୍ କରାଯାଇଛି । ସକାଳ ୧୦ଟାରୁ ସାଢେ ଗୋଟାଏ ପର୍ଯ୍ୟନ୍ତ ପାଠପଢ଼ା ହେବ । ଏହା ପୂର୍ବରୁ ଅଭିଭାବକମାନଙ୍କ ସହ ଆଲୋଚନା କରିଥିଲେ ସ୍କୁଲ କର୍ତ୍ତୃପକ୍ଷ । ଏବଂ ଯେଉଁମାନେ ସେମାନଙ୍କ ପିଲାଙ୍କୁ ପାଠ ପଢ଼ାଇବାକୁ ପଠାଇବେ ସେମାନଙ୍କୁ ଏକ ସ୍ୱୀକୃତି ପତ୍ର ଦେବାକୁ କୁହାଯାଇଛି । ଏହି ସମୟରେ ଯଦି ସବୁ କିଛି ଠିକଠାକ୍ ଚାଲେ ତେବେ ନବମ ଓ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଯୋଜନା କରୁଛି ଗଣଶିକ୍ଷା ବିଭାଗ ।