Odia News Portal

ବଜେଟ ପୂର୍ବରୁ ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ବିଧାନସଭାରେ ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ଆଜି ବସିଛି ସର୍ବଦଳୀୟ ବୈଠକ | ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭାରେ ବସିଛି ସର୍ବଦଳୀୟ ବୈଠକ । କାଲିଠାରୁ ଆରମ୍ଭ ହେବାକୁ ଥିବା ବଜେଟ୍ ଅଧିବେଶନକୁ କିଭଳି ପରିଚାଳନା କରାଯିବ ସେନେଇ ଏହି ବୈଠକରେ ଆଲୋଚନା କରାଯାଉଛି ।ତେବେ ଏହି ଆଲୋଚନାରେ ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ଉପସ୍ଥିତ ଅଛନ୍ତି ।

୧୮ ତାରିଖ ଠାରୁ ବଜେଟ୍ ଅଧିବେଶନ ଆରମ୍ଭ ହୋଇ, ୨ଟି ପର୍ଯ୍ୟାୟରେ ଚାଲିବ । ପ୍ରଥମ ପର୍ଯ୍ୟାୟ ଅଧିବେଶନ ଫେବୃଆରୀ ୧୮ରୁ ଆରମ୍ଭ ହୋଇ ଫେବୃଆରୀ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୧୧ ରୁ ଆରମ୍ଭ ହୋଇ ୩୧ ତାରିଖରେ ଶେଷ କରାଯିବ ।ସେହିଭଳି ଫେବୃଆରୀ ୨୨ ତାରିଖରେ ବଜେଟ୍ ଆଗତ ହେବ । ତେବେ ବଜେଟ୍ ଅଧିବେଶନ କାଳରେ ବିଧାନସଭାରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଆଲୋଚନା କରାଯିବ । ଏଥିପାଇଁ ଆଜି ୩ ରାଜନୈତିକ ଦଳ ପକ୍ଷରୁ ରଣନୀତି ପ୍ରସ୍ତୁତ କରାଯାଇଛି ।