Odia News Portal

ଏବିଭିପି’କୁ ଅଭିନନ୍ଦନ ଜଣାଇଲେ ଅମିତ ଶାହ

ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବାରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ABVP)ଏବିଭିପି ର କର୍ମକର୍ତ୍ତାମାନଙ୍କୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଅଭିନନ୍ଦନ ଜଣାଇଛନ୍ତି। ଅମିତ ଶାହ ନିଜର ସୋସିଆଲ୍ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ଲେଖିଛନ୍ତି, ଓଡ଼ିଶାର ଛାତ୍ରସଂସଦ ନିର୍ବାଚନରେ ବିପୁଳ ବିଜୟ ହାସଲ କରିଥିବା ଏଭିବିପିର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ। ପ୍ରଥମେ ପଞ୍ଜାବ ବିଶ୍ୱବିଦ୍ୟାଳୟ, ପରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟ ଏବଂ ଏବେ ଓଡ଼ିଶାର ୧୩ଟି ବିଶ୍ୱବିଦ୍ୟାଳୟରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦର ଏହି ବିଜୟ ସ୍ପଷ୍ଟ ବାର୍ତ୍ତା ଦେଉଛି ଯେ, ଦେଶର ଯୁବଶକ୍ତି ମିଥ୍ୟା, ଭ୍ରମ ଓ ବିଶୃଙ୍ଖଳା ସୃଷ୍ଟି କରୁଥିବା ଶକ୍ତିମାନଙ୍କ ସହ ନୁହେଁ, ବରଂ ‘ରାଷ୍ଟ୍ର ପ୍ରଥମ’ ବିଚାରଧାରା ସହ ଦୃଢ଼ତାର ସହ ଛିଡା ହୋଇଛନ୍ତି। ଏହି ଫଳାଫଳ ଦେଶବିରୋଧୀ ଶକ୍ତିମାନଙ୍କ ପାଇଁ ଏକ କଡ଼ା ଜବାବ ବୋଲି ଅମିତ ଶାହା କହିଛନ୍ତି ।