Odia News Portal

ଆସନ୍ତା ୧୩ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ରାଜ୍ୟରେ ଏବେ ଶୀତଲହରୀ ଜାରି ରହିଛି । ଏହାରି ମଧ୍ୟରେ ଆସନ୍ତା ୧୩ ତାରିଖ ଆଡ଼କୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରି ଅଧିକ ଘନୀଭୂତ ହେବ । ଏହାସହ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ରାତି ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବା ନେଇ ଆଶଙ୍କା ରହିଛି । ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ମାଧ୍ୟମ ଧରଣର ବର୍ଷା ହୋଇଛି। ଏହି ଅବପାତ ଯୋଗୁଁ ରାତି ତାପମାତ୍ରା ବଢ଼ିବା ସହ ଶୀତ କମିବ। ବର୍ତ୍ତମାନ ଓଡ଼ିଶାର ଅଧିକାଂଶ ସ୍ଥାନରେ ରାତ୍ରି ତାପମାତ୍ରା ୧ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। କିନ୍ତୁ ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାତି ତାପମାତ୍ରା ବଢିବ ବୋଲି ସୂଚନା ରହିଛି।