Odia News Portal

ପୁଣି ଆସୁଛି ପ୍ରବଳ ବର୍ଷା

ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ହୋଇପାରେ ପ୍ରବଳ ବର୍ଷା । ତିନି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ମିଳିଥିବା ସୂଚନା ମୁତାବକ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏଥିସହିତ ଏହା ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ମଧ୍ୟ ପଶିପାରେ । ଖାଲି ସେତିକି ନୁହେଁ, ପ୍ରବଳ ବର୍ଷା ଫଳରେ ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀର ଜଳସ୍ତର ବଢିପାରେ ବୋଲି ସତର୍କ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଦେବଗଡ଼, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଓ ଢେଙ୍କାନାଳ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୩୦ ତାରିଖ ଯାଏଁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆଜି ପାଇଁ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।