Odia News Portal

ଆଜି ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା

ବଙ୍ଗୋପସାଗରରେ ୨୯ ତାରିଖ ଓ ଅକ୍ଟୋବର ୯ ତାରିଖରେ ଦୁଇଟି ଲଘୁଚାପ ସୃଷ୍ଟି ହେବ ବୋଲି ପୂର୍ବାନୁମାନ କରାଯାଉଛି । ଏହାର ପ୍ରଭାବରେ ଆସନ୍ତା ୨ ସପ୍ତାହ ରାଜ୍ୟରେ ବର୍ଷା ଜାରି ରହିବ। ଏହା ବ୍ୟତୀତ ମୌସୁମୀ ବର୍ଷା ମଧ୍ୟ ଜାରି ରହିବ । ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ପାଣିପାଗ ଅନୁକୂଳ ଥିବାରୁ ବଙ୍ଗୋପସାଗରରେ ଆସନ୍ତା ଦୁଇ ସପ୍ତାହ ପର୍ଯ୍ୟନ୍ତ ଏକାଧିକ ସିଷ୍ଟମ ସୃଷ୍ଟି ହେବାର ସମ୍ଭାବନା ରହିଛି । ଉପକୂଳରେ ଅକ୍ଟୋବର ୩ ତାରିଖ ପର୍ଯ୍ୟନ୍ତ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଅକ୍ଟୋବର ୧ରୁ ୫ତାରିଖ ପର୍ଯ୍ୟନ୍ତ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ । ଉତ୍ତର ଉପକୂଳରେ ଅକ୍ଟୋବର ୧ରୁ ୩ ତାରିଖ ପର୍ଯ୍ୟନ୍ତ ମଧ୍ୟମ ବର୍ଷା ଓ ସ୍ଥାନେସ୍ଥାନେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହିପରି ଅକ୍ଟୋବର ୩ ତାରିଖରେ ପଶ୍ଚିମ ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହେବାକୁ ଯାଉଥିବା ଏକ ସିଷ୍ଟମ୍‌ ୫ ତାରିଖରେ ଫିଲିପାଇନ୍‌ସ୍‌ ଓ ୬ ତାରିଖରେ ଦକ୍ଷିଣ ଚୀନ୍‌ ସାଗର ଦେଇ ୭ ତାରିଖରେ ମିଆଁମାର୍‌ ଉପକୂଳ ଓ ୮ ତାରିଖରେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚି ୯ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ମଧ୍ୟ ରାଜ୍ୟରେ ଭଲ ବର୍ଷା ହୋଇପାରେ ।