Odia News Portal

ବହୁଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲା: ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ବହୁଚର୍ଚ୍ଚିତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ  ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟ ଜାମିନ ଦେଇଛନ୍ତି। ଭୁବନେଶ୍ବର-କଟକ କମିସ‌ନରେଟ ପୁଲିସ ଅନ୍ତର୍ଗତ ଖଣ୍ଡଗିରି ଥାନାରେ ରୁଜୁ ହୋଇଥିବା ଶ୍ରଦ୍ଧାଞ୍ଜଳି ମାମଲାରେ ଜଗବନ୍ଧୁ ଚାନ୍ଦଙ୍କୁ ଜାମିନ ମିଳିଛି। ୩ଟି ମାମଲାରୁ ମାତ୍ର ଗୋଟିଏରେ ମିଳିଲା ସର୍ତ୍ତମୂଳକ ଜାମିନ। ପୂର୍ବରୁ ଭୁବନେଶ୍ୱର ଏଡିଜେ-୨ କୋର୍ଟ ଜଗବନ୍ଧୁଙ୍କ ଜାମିନ ଆବେଦନ ଖାରଜ କରି ଦେଇଥିଲେ।

ସୂଚନାଯୋଗ୍ୟ କମିସନରେଟ୍ ପୁଲିସ ଗତବର୍ଷ ଅକ୍ଟୋବର ୨୧ ତାରିଖରେ ଅର୍ଚ୍ଚନା ନାଗର ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କୁ ଗିରଫ କରିଥିଲା। ଆର୍ଥିକ କାରବାର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଜଗବନ୍ଧୁଙ୍କୁ ପଚରାଉଚରା କରିଥିଲା।