ଅସୁସ୍ଥ ପିଣ୍ଟୁ ନନ୍ଦଙ୍କ ଚିକିତ୍ସା ପାଇଁ ଅର୍ଦ୍ଧେନ୍ଦୁ ବଢାଇଛନ୍ତି ସହାୟତାର ହାତ। ପିଣ୍ଟୁଙ୍କ ବାସ ଭବନକୁ ଯାଇ ସଫଳ ଅସ୍ତ୍ରୋପ୍ରଚାର ନିମନ୍ତେ ୧୦ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ଅର୍ଦ୍ଧେନ୍ଦୁ । ସାଥିରେ କ୍ରିଏଟିଭ୍ ହେଡ ପ୍ରଣୟ ଜେଠୀ ମଧ୍ୟ ଉପସ୍ଥିତ ଥିଲେ ।
ଅଭିନେତା ପିଣ୍ଟୁ ନନ୍ଦ ଜଟିଳ ଲିଭର ସିରୋସିସ୍ ରୋଗରେ ପୀଡ଼ିତ ଅଛନ୍ତି । ବ୍ୟୟବହୁଳ ଚିକିତ୍ସା ପାଇଁ ବହୁ ଅର୍ଥର ଆବଶ୍ୟକତା ଥିବା ବେଳେ ସହାୟତା ପାଇଁ ଶୁଭେଛୁ ଓ କଳାକାରମାନେ ହାତ ବଢାଇଛନ୍ତି। ଏଭଳି ସ୍ଥିତିରେ ଆଉ ପାଦେ ଆଗକୁ ଯାଇ ପିଣ୍ଟୁଙ୍କ ପାଇଁ ଠିଆ ହୋଇଛନ୍ତି ଅର୍ଦ୍ଧେନ୍ଦୁ ।
