Odia News Portal

ରାଜ୍ୟରେ ବର୍ତ୍ତମାନ କୌଣସି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ

ଭୁବନେଶ୍ୱର() ଲଘୁଚାପ ବର୍ଷା ଓ ତତଜନିତ ବନ୍ୟା ପରିସ୍ଥିତି ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସମୀକ୍ଷା କରିଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ଓ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ମୁଖ୍ୟ ସଚିବ ଶ୍ରୀ ତ୍ରିପାଠୀ କଥା ହୋଇଛନ୍ତି । ତେବେ ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇଛି । କିନ୍ତୁ ବନ୍ୟା ପରିସ୍ଥିତି ନାହିଁ ବୋଲି ସେ କହିଛନ୍ତି ।

ଏହାଛଡ଼ା ସେ କହିଛନ୍ତି ଯେ, ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୫୮.୫ ମିମି ବର୍ଷା ହୋଇଛି । ୫ଟି ଜିଲ୍ଲାରେ ୧୦୦ ମିମିରୁ ଅଧିକ ଓ ୧୦ଟି ଜିଲ୍ଲାରେ ୫୦ ମିମିରୁ ଅଧିକ ବର୍ଷା ହୋଇଛି । କଟକ ଜିଲ୍ଲା ସାଲେପୁର ବ୍ଲକରେ ସର୍ବାଧିକ ୩୦୦ ମିମି ବର୍ଷା ରେକର୍ଡ କରାଯାଇଛି । ତେବେ ରାଜ୍ୟରେ ବର୍ତ୍ତମାନ କୌଣସି ବନ୍ୟା ପରିସ୍ଥିତି ସୃଷ୍ଟି ହୋଇନାହିଁ ବୋଲି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି ।