Odia News Portal

ବାଦ୍ ପଡ଼ିଲେ ରୋହିତ: ଉଚ୍ଚ ଶିକ୍ଷା ଦାୟିତ୍ବରେ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ

ମନ୍ତ୍ରିମଣ୍ଡଳରୁ ବାଦ୍ ପଡ଼ିଲେ ରୋହିତ ପୂଜାରୀ। ମନ୍ତ୍ରିମଣ୍ଡଳରୁ ବାଦ୍ ଦେବାକୁ ରାଜ୍ୟପାଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିଶ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସୁପାରିଶ ଆଧାରରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ତାଙ୍କୁ ମନ୍ତ୍ରିମଣ୍ଡଳରୁ ବାଦ୍ ଦେଇଛନ୍ତି । ଉଚ୍ଚ ଶିକ୍ଷା ବିଭାଗର ଖରାପ ପ୍ରଦର୍ଶନ ପାଇଁ ମୁଖ୍ୟମନ୍ତ୍ରୀ ତାଙ୍କୁ ବାଦ୍ ଦେଇଥିବା କୁହାଯାଉଛି। ଗତ ଜୁନ୍ ମାସରେ ତାଙ୍କୁ ମନ୍ତ୍ରିମଣ୍ଡଳରେ ସାମିଲ୍ କରାଯାଇଥିଲା। ସଂପ୍ରତି ସେ ରେଢ଼ାଖୋଲ ନିର୍ବାଚନ ମଣ୍ଡଳୀର ବିଧାୟକ ଅଛନ୍ତି। ସେ କଂଗ୍ରେସରୁ ରାଜନୈତିକ ଜୀବନ ଆରମ୍ଭ କରିଥିଲେ। ହେଲେ ପରେ ବିଜେଡିରେ ଯୋଗ ଦେଇଥିଲେ।