Odia News Portal

ବଢ଼ୁଛି ବୈତରଣୀ ଏବଂ ଜଳକା ନଦୀର ଜଳସ୍ତର

ବଢୁଛି ବୈତରଣୀ ନଦୀର ଜଳସ୍ତର । ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ବଢୁଛି ବୈତରଣୀ ନଦୀର ଜଳସ୍ତର । ଭଦ୍ରକ ଆଖୁଆପଦା ଆନିକଟ ନିକଟରେ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ଜଳସ୍ତର । ନଦୀର ବିପଦ ସଂକେତ ୧୭ ଦଶମିକ ୮୩ ମିଟର ଥିବା ବେଳେ ଏବେ ୧୭ ଦଶମିକ ୯୧ ମିଟର ଉପରେ ବନ୍ୟାଜଳ  ପ୍ରବାହିତ ହେଉଛି । ଦୁଇଦିନ ହେବ ଲଗାଣ ବର୍ଷା ହେବା ଫଳରେ ବୈତରଣୀ ନଦୀର ଜଳସ୍ତର ବଢିବାରେ ଲାଗିଛି । ଯାହାଫଳରେ ବୈତରଣୀରେ ବନ୍ୟା ଆଶଙ୍କା କରାଯାଉଛି ।