Odia News Portal

ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର() ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ ଅସୁସ୍ଥ। ହୃଦରୋଗରେ ଆକ୍ରାନ୍ତ ହୋଇ ସେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହି ଖବର ପ୍ରକାଶ ପାଇବା ପରେ ଚିନ୍ତା ପ୍ରକଟ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କର ଚିକିତ୍ସା ପାଇଁ ସ୍ୱତନ୍ତ୍ର ଡାକ୍ତରୀ ଟିମ ଗଠନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।