Odia News Portal

ଅଗଷ୍ଟ ପହିଲାରୁ ପୁଣି ଖୋଲିବ ଭିତରକନିକା

ଅଗଷ୍ଟ ୧ ତାରିଖରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ । ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏଥର ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ପୂର୍ବରୁ ଏହି କଟକଣା ଥିଲେ ମଧ୍ୟ କେତେକାଂଶରେ ପର୍ଯ୍ୟଟକ ପଲିଥିନ ଭିତରକୁ ନେଇ ଏଣେତେଣେ ଫୋପାଡିବା ସହ ନଦୀ ନାଳରେ ମଧ୍ୟ ଫିଙ୍ଗୁଥିଲେ। ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା ଜୈବ ବିବିଧତା ସନ୍ତୁଳନ ରକ୍ଷା କରିବାରେ ବ୍ୟାଘାତ ସୃଷ୍ଟି କରୁଛି। ଏ ନେଇ ପର୍ଯ୍ୟଟକଙ୍କୁ ବନବିଭାଗ ପକ୍ଷରୁ ସଚେତନ କରାଯିବ।

କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ।