Odia News Portal

ପହିଲି ପଞ୍ଚୁକ ପାଇଁ ଧବଳେଶ୍ବର ପୀଠ ଚଳଚଞ୍ଚଳ

ଆଠଗଡ : ଆଜି ପହିଲି ପଞ୍ଚୁକ। ମହା କାର୍ତ୍ତିକ ମାସର ଶେଷ ପର୍ବ। ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀ ର ସନ୍ଧି କ୍ଷଣରେ ବାବା ଧବଳେଶ୍ଵରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ ।

ବଡ଼ ଓଷା ତଥା କାର୍ତ୍ତିକ ବ୍ରତ କରିଥିବା ଭକ୍ତ ଓ ଶ୍ରଦ୍ଧାଳୁମାନେ ଗଜଭୋଗ ଓ ତରଣ ପାଇଁ ବ୍ରତ ଉଦ୍ ଯାପନ କରିଥାନ୍ତି। ସେଥିପାଇଁ ଆଜି ରାତି ଦୁଇଟା ବେଳେ ଦ୍ଵାର ଫିଟା ଯାଇ୧୦୮ ଗରା ଜଳରେ ମହାସ୍ନାନ କରାଯାଇ ,  ମଇଲମ, ମଙ୍ଗଳ ଆଳତୀ ଆଦି ସମସ୍ତ ରୀତିନୀତି କରାଯାଇଥାଏ ।

ଭସମସ୍ତ ରୀତିନୀତି ପରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ପାଇଁ ଛଡ଼ା ଯାଇଥିଏ । ପଞ୍ଚୁକ ପାଞ୍ଚ ଦିନରେ ମହାପ୍ରଭୁ ଧବଳେଶ୍ୱରଙ୍କ ବଡ଼ସିଂହାର ବେଶ ହେବାକୁ ଥିବା ବେଳେ ପୂର୍ଣ୍ଣିମା ଦିନ ଯୋଗୀ ବେଶ ରେ ଦର୍ଶନ ଦେବେ।  ପ୍ରଶାସନ ଓ  ପୂଜକ ସମାଜ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।