ମାଲକାନଗିରି : ଇସ୍ରୋ ଯିବେ ମାଲକାନଗିରି ଜିଲ୍ଲା ବାଲିମେଳା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ଦଶମ ଶ୍ରେଣୀ ଛାତ୍ର ଅବିନାଶ ବେହେରା । ସେ ଭୁବନେଶ୍ୱର ପଠାଣି ସାମନ୍ତ ପ୍ଲାନେଟାରିୟମ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରତିଯୋଗିତାରେ ଭାଗନେଇ କୃତିତ୍ୱ ହାସଲ କରିଛନ୍ତି । ଏଥିପାଇଁ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକ ଅବିନାଶଙ୍କୁ ପୁରସ୍କୃତ କରିଥିଲେ ।
ଅବିନାଶ ଭାରତ ମହାକାଶ ବିଜ୍ଞାନ ଗବେଷଣା କେନ୍ଦ୍ର ଇସ୍ରୋ ପରିଦର୍ଶନ ପାଇଁ ମନୋନିତ ହୋଇଛନ୍ତି । ଏହି ଖବର ପ୍ରସାରିତ ହେବା ପରେ ତାଙ୍କ ସହପାଠୀ ଓ ସ୍ଥାନୀୟ ଅଞ୍ଚଳବାସୀ ତାଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି । ରାଜ୍ୟସ୍ତରୀୟ ଏହି ପ୍ରତିଯୋଗିତାରେ ୨୦ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯିବା ସହ ଇସ୍ରୋ ପରିଦର୍ଶନ ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ । ଅବିନାଶଙ୍କ ବାପା ଅନୁଭବ ବେହେରା ଜଣେ ଶିକ୍ଷକ ହୋଇଥିବା ବେଳେ ମା’ଜଣେ ଗୃହିଣୀ ।
