ବ୍ରହ୍ମପୁର : ବ୍ରହ୍ମପୁରରେ ଏକ ବରଯାତ୍ରୀ ବସ ୧୧ କେଭି ତାର ସଂସ୍ପର୍ଶରେ ଆସି ଜଳିଯାଇଛି। ଏଥିରେ ଥିବା ୮ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଥିବା ବେଲେ ଏକାଧିକ ଗୁରୁତର ଭାବେ ଆହତ ହୋଇଛନ୍ତି। ଆହତଙ୍କୁ ବ୍ରହ୍ମପୁର ଏମକେସିଜିରେ ଭର୍ତ୍ତି କରାଯାଇଛି।
ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତକ ପିଛା ୨ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ଏହାସହ ଆହତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ସେ କହିଛନ୍ତି।
ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି। ସେ ଟ୍ୱିଟ ଯୋଗେ ଆହତଙ୍କ ଆଶୁଆରୋଗ୍ୟ କାମନା କରିବା ସହ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଏହି ଦୁଃଖଦ ସମୟରେ ମହାପ୍ରଭୁ ଜଗନ୍ନାଥ ମୃତକଙ୍କ ପରିବାରକୁ ଧୈର୍ଯ୍ୟ ପ୍ରଦାନ କରନ୍ତୁ ବୋଲି ସେ କହିଛନ୍ତି। ଏହାସହ କେଉଁ କାରଣରୁ ଏହି ଅଘଟଣ ଘଟିଲା ତାହାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଉ ବୋଲି ସେ ଦାବି କରିଛନ୍ତି।