Odia News Portal

ନିଆଳି ତହସିଲ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ନିଆଳି: ନିଆଳି ତହସିଲ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ। କାର୍ଯ୍ୟାଳୟର କମ୍ପ୍ୟୁଟର ସେକ୍ସନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ସହ କମ୍ପ୍ୟୁଟର ଓ ଅନ୍ୟାନ୍ୟ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି।

ସଟ୍‌ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ହତାଠ୍‌ କାର୍ଯ୍ୟାଳୟ ଭିତରୁ ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିଥିଲା।