Odia News Portal

ଗୋରୁ ସହ ପିକ୍‌ଅପ୍‌ ଭ୍ୟାନ୍‌ ଜବତ, ଡ୍ରାଇଭର ଫେରାର

ଯାଜପୁରରୁ ୧୭ ଗୋରୁ ସହ ପିକ୍‌ଅପ୍‌ ଭ୍ୟାନ୍‌ ଜବତ । ଧର୍ମଶାଳା ୧୬ ନମ୍ବର ଜାତୀୟ ରାଜପଥ ବାରବାଟୀ ଛକ ନିକଟରେ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ଧରିଥିଲେ ସ୍ଥାନୀୟ ଲୋକେ । ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇ ଯାଇଥିବା ବେଳେ ଗୋରୁ ମାଲିକ ସ୍ଥାନୀୟ ଲୋକଙ୍କ ହାତରେ ଧରା ପଡ଼ିଛନ୍ତି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡି ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।